Thursday 25th April 2024
ବଦଳିବ ଉତ୍ତରାଖଣ୍ଡର ଭବିଷ୍ୟତ ! ଆରମ୍ଭ ହେଲା ନୂଆ ଶିକ୍ଷାନୀତି

ବଦଳିବ ଉତ୍ତରାଖଣ୍ଡର ଭବିଷ୍ୟତ ! ଆରମ୍ଭ ହେଲା ନୂଆ ଶିକ୍ଷାନୀତି

ନୂତନ ଶିକ୍ଷାନୀତି ବା ନେସନାଲ ଏଜୁକେସନ୍ ପଲିସି । ଏହି ପିଲିସି ଲାଗୁ କରିବାରେ ପ୍ରଥମ ରାଜ୍ୟ ପାଲଟିଛି ଉତ୍ତରାଖଣ୍ଡ । ୧୬ ଅକ୍ଟୋବର ଦିନ ଏହାକୁ ଶୁଭାରମ୍ଭ କରାଯାଇଛି । ଏବଂ ଏହି ଅବସରରେ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗ ଦେଇଥିଲେ । ସେ କହିଥିଲେ ଯେ- ଜାତୀୟ ଶିକ୍ଷାନୀତି ହେଉଛି ଦାର୍ଶନିକ ଦସ୍ତାବିଜ,ଯାହା ଜ୍ଞାନ ଆଧାରିତ ଅର୍ଥନୀତି ଓ ସମାଜ ଗଠନ ଦିଗରେ ସହାୟକ ହେବ । ଆଉ ଆଜି ଉତ୍ତରାଖଣ୍ଡରୁ ଏହାର ଶୁଭାରମ୍ଭ ହେବା ଏକ ଖୁସିର ବିଷୟ । ଉତ୍ତରାଖଣ୍ଡ ଜାତୀୟ ଶିକ୍ଷାନୀତିକୁ କାର୍ଯ୍ୟକାରୀ କରିବାରେ ୩ ବର୍ଷରୁ ୬ ବର୍ଷ ପର୍ଯ୍ୟନ୍ତ ମୌଳିକ ଶିକ୍ଷା ପ୍ରଦାନ କରାଯିବ । ଆଉ ସବୁଠାରୁ ବଡ କଥା ହେଲା ଖେଳକୁ ଅଧିକ ପ୍ରାଧାନ୍ୟ ଦିଆଯିବ । ଆଉ ଏହି ୩ ବର୍ଷର ଅବଧିକୁ ଶିକ୍ଷା ନୀତିରେ ବାଲବାଟିକା ଭାବରେ ଗ୍ରହଣ କରାଯାଇଛି ।  ଉତ୍ତରାଖଣ୍ଡ ବାଲବାଟିକା, ଆଞ୍ଚଳିକ ଭାଷା, ବିଦ୍ୟାଳୟ ପ୍ରସ୍ତୁତି କାର୍ଯ୍ୟକ୍ରମ, ଦକ୍ଷତା ବିକାଶ ସହ ଅନେକ ପଦକ୍ଷେପକୁ ଗୁରୁତ୍ୱ ଦେଇ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଗଠନର ରାସ୍ତା ପରିଷ୍କାର କରୁଛି। ଏକ ସୁଦୃଢ଼ ଶିକ୍ଷା ଏବଂ ଦକ୍ଷତା ବିକାଶ ଇକୋସିଷ୍ଟମ ସହ ଉତ୍ତରାଖଣ୍ଡ ରାଜ୍ୟର  ଯୁବପିଢିଙ୍କୁ ଏକବିଂଶ ଶତାବ୍ଦୀର ଆହ୍ୱାନକୁ ସାମ୍ନା କରିବା ପାଇଁ ଆବଶ୍ୟକୀୟ ଜ୍ଞାନ ଓ ଦକ୍ଷତା ଭିତ୍ତିରେ ପ୍ରସ୍ତୁତ କରିବ ।

ଧର୍ମେନ୍ଦ୍ର ଆହୁରି କହିଛନ୍ତି କହିଛନ୍ତି ବିଶ୍ୱ ଦୃତ ଗତିରେ ପରିବର୍ତ୍ତନ ହେଉଛି। ଆମେ ଶିଳ୍ପ ବିପ୍ଳବ ୪.୦ର ମଧ୍ୟଭାଗରେ ଅଛୁ। ପ୍ରଯୁକ୍ତିବିଦ୍ୟା କ୍ରମାଗତ ଭାବେ ଶିକ୍ଷାର ଦୃଶ୍ୟପଟକୁ ପରିବର୍ତ୍ତନ କରୁଛି। ଶିକ୍ଷା ଏବଂ ଡିଜିଟାଲ ବିଶ୍ୱବିଦ୍ୟାଳୟ ପାଇଁ ଭାରତ ସରକାର ୨୬୦ ଟିଭି ଚ୍ୟାନେଲ ଆଣୁଛନ୍ତି। ଉତ୍ତରାଖଣ୍ଡ ଯୁବବର୍ଗ ଆଗାମୀ ଦିନର ଭବଷ୍ୟତର ଆହ୍ୱାନକୁ ସାମ୍ନା କରିବା ପାଇଁ ସମର୍ଥ। ଆଜିର ଶୁଭାରମ୍ଭ ଏ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ଗଙ୍ଗୋତ୍ରିରୁ ଆରମ୍ଭ କରି ସୌରଜଗତ ତଥା ଆମର ଯୁବପିଢ଼ିଙ୍କୁ ବିଶ୍ୱକୁ ଅନ୍ୱେଷଣ କରିବାକୁ ହେବ। ଆମ ଶିକ୍ଷା ବ୍ୟବସ୍ଥା ପରିବର୍ତ୍ତନ ହେବା ସହ ଯୁବପିଢ଼ିଙ୍କ ଆକାଙ୍କ୍ଷାକୁ ପୂରଣ କରିବ। ଉତ୍ତରାଖଣ୍ଡର ଶିକ୍ଷାନୁଷ୍ଠାନ ଛାତ୍ରଛାତ୍ରୀଙ୍କ ପାଇଁ ଡିଜିଟାଲ ଇକୋସିଷ୍ଟମ ବିକଶିତ କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଆହ୍ୱାନ କରିଛନ୍ତି।

ଏହି ଗସ୍ତ ସମୟରେ କେନ୍ଦ୍ରମନ୍ତ୍ରୀ ପ୍ରଧାନ ହରିଦ୍ୱାରରେ ଥିବା ପତଞ୍ଜଳି ଯୋଗପୀଠରେ ଯୋଗଗୁରୁ ବାବା ରାମଦେବଙ୍କ ସହ ଆଚାର୍ଯ୍ୟ କୁଲମ ବାର୍ଷିକ ସମାରୋହରେ ଯୋଗ ଦେଇଥିଲେ। ଏହା ବ୍ୟତିତ ଉତ୍ତରାଖଣ୍ଡର ଶିକ୍ଷା ମନ୍ତ୍ରୀଙ୍କ ସହ ରାନିପୁରରେ ଥିବା ହରିଦ୍ୱାର ରାଜକୀୟ ଇଣ୍ଟର କଲେଜ ପରିଦର୍ଶନ କରିବା ସହ  ଛାତ୍ରଛାତ୍ରୀଙ୍କ ସହ କଥା ହୋଇଥିଲେ।

CATEGORIES
TAGS
Share This

COMMENTS

Wordpress (0)
Disqus (0 )